ରାଜ୍ୟରେ ପୁଣି ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୪୯୨ କୁ ବୃଦ୍ଧି

ରାଜ୍ୟରେ ପୁଣି ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୪୯୨ କୁ ବୃଦ୍ଧି

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ମୃତ୍ୟୁ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ୩ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।