ରାଜ୍ୟରେ ପୁଣି ୧୭ କରୋନା ସଂକ୍ରମିତ ମୃତ, ୧୪ ଶହ ଡେଇଁଲା ମୃତକଙ୍କ ସଂଖ୍ୟା

ରାଜ୍ୟରେ ପୁଣି ୧୭ କରୋନା ସଂକ୍ରମିତ ମୃତ, ୧୪ ଶହ ଡେଇଁଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ତେବେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି ।