ରାଜ୍ୟରେ ଆରମ୍ଭ ହେଲା ଡେଙ୍ଗୁ ସଂକ୍ରମଣ

ରାଜ୍ୟରେ ଆରମ୍ଭ ହେଲା ଡେଙ୍ଗୁ ସଂକ୍ରମଣ। ଅନ୍ୟ ଜିଲ୍ଲା ତୁଳନାରେ ଖୋର୍ଦ୍ଧାରେ ବଢ଼ିଲାଣି ଆକ୍ରାନ୍ତଙ୍କ ସଂଖ୍ୟା । ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଜାରି କରିଛି । ବିଗତ ୫ବର୍ଷ ଭିତରେ ଯେଉଁ ଅଞ୍ଚଳ ଡେଙ୍ଗୁ ହଟସ୍ପଟ୍ ରହିଥିଲା, ତାହାକୁ କୀଟତତ୍ତ୍ବବିତଙ୍କ ଦ୍ବାରା ଅନୁଶୀଳନ କରି ମ୍ୟାପିଂ କରିବା ଓ ସର୍ବେକ୍ଷଣ ଆରମ୍ଭ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲଟି କମିସନରଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସ୍ଵାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ । ମୌସୁମୀ ଓ ଏହାର ପରବର୍ତ୍ତୀ ସମୟରେ ଡେଙ୍ଗୁ ଓ ମ୍ୟାଲେରିଆ ସଂକ୍ରମଣ ଦେଖିବାକୁ ମିଳିଥାଏ। ଏଥିପାଇଁ ଆଗୁଆ ସତର୍କ ରହିବା ସହ ଔଷଧ ଓ ଆବଶ୍ୟକୀୟ ସାମଗ୍ରୀ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।।