ଜାଣନ୍ତୁ ସଟଡାଉନ୍ ସମୟରେ କାହାକୁ ମିଳିଛି ଅନୁମତି….

ଜାଣନ୍ତୁ ସଟଡାଉନ୍ ସମୟରେ କାହାକୁ ମିଳିଛି ଅନୁମତି….

 ସପ୍ତାହନ୍ତ ସଟଡାଉନ୍ ସମୟରେ ସମସ୍ତ ମେଡିକାଲ, କ୍ଲିନିକ୍, ନର୍ସିଂ, ହୋମ୍, ମେଡିସିନ୍ ଷ୍ଟୋର ଖୋଲା ରହିବ । ଏହା ସହ ଜଡ଼ିତ ସମସ୍ତ କର୍ମଚାରୀ ପରିଚୟ ପତ୍ର ଦେଖାଇ ଯାତାୟତ କରିପାରିବେ ।
 ଜିଲ୍ଲା, ମହାନଗର ନିଗମ, ପୋଲିସ ଓ ଅଗ୍ନିଶମ ବାହିନୀରେ କାର୍ଯ୍ୟରତ ବ୍ୟକ୍ତି ଯାତାୟତ କରିପାରିବେ ।
 ଜରୁରୀ ସେବାରେ ନିୟୋଜିତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କର୍ମଚାରୀ ।
 ଟେଲିକମ୍ ସର୍ଭିସ୍, ପେଟ୍ରୋଲ ପମ୍ପ୍ପ, ଏଲପିଜି ବିତରଣ ଉପରେ କଟକଣା ରହିବ ନାହିଁ ।
 ଖବରକାଗଜ ଓ ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକ ଯାତାୟତ କରିପାରିବେ ।
 ପାନୀୟ ଜଳ ଯୋଗାଣ, ସାନିଟାଇଜେସନ୍ ଓ ସ୍ୱେରେଜ୍ ୱାର୍କରଙ୍କୁ ଅନୁମତି ।
 ବିଦ୍ୟୁତ୍ ବିତରଣ, ମାଲପରିବହନ ଉପରେ କଟକଣା ରହିବ ନାହିଁ ।
 ଶିଳ୍ପ ଉଦ୍ୟୋଗ, ନିର୍ମାଣ କାର୍ଯ୍ୟ ଜାରି ରହିବ ।
 କୃଷି, ପଶୁପାଳନ, ମଣ୍ଡିରେ ଫସଲ କ୍ରୟ ଜାରି ରହିବ ।
 ରେଳ ଓ ବିମାନ ସେବା ଜାରି ରହିବ । ଯାତ୍ରୀଙ୍କୁ ଷ୍ଟେସନ୍ ଓ ବସ ଷ୍ଟାଣ୍ଡରୁ ଟିକେଟ୍ ଦେଖାଇ ନେବା ଆଣିବା କରି ହେବ ।
 ସ୍ଥାନୀୟ ପ୍ରଶାସନ ଅନୁମତିରେ ବିବାହ ଓ ଅନ୍ତ୍ୟେଷ୍ଟି କାର୍ଯ୍ୟ କରାଯାଇ ପାରିବ ।
 ଆରବିଆଇ ଓ ଅନ୍ୟ ଆର୍ଥିକ ସଂସ୍ଥା କାର୍ଯ୍ୟ ଜାରି ରହିବ ।
 ଅନଲାଇନ୍ ଖାଦ୍ୟ ଯୋଗାଣ ଉପରେ କଟକଣା ରହିବ ନାହିଁ ।
 ରାଜପଥ କଡ଼ରେ ଥିବା ହୋଟେଲ ଓ ଢାବା କେବଳ ପାର୍ସଲ ଦେଇପାରିବେ ।
 କ୍ଷୀର ଦୋକାନ ଖୋଲା ରହିବ । ଫୁଡ୍ ଓ ଗ୍ରସରୀ ସାମଗ୍ରୀର ହୋମ୍ ଡେଲିଭରି ଦେଇ ହେବ ।
 ସକାଳ ୫ଟାରୁ ୮ଟା ମଧ୍ୟରେ ଖବରକାଗଜ ବଣ୍ଟନ ଲାଗି ଅନୁମତି ।
 ସକାଳ ୫ଟାରୁ ୬ଟା ମର୍ଣ୍ଣିଂ ୱାକ୍ ଓ ସାଇକ୍ଲିଂ ପାଇଁ କୋହଳ