ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କୁମାର କରଙ୍କ ପରଲୋକ

ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କୁମାର କରଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କର ଆଜି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା । ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ସେ ଗତ କିଛି ଦିନ ଧରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।ଆଜି ଅପରାହ୍ନ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ପରଲୋକ ନେଇ ତାଙ୍କ ପୁଅ ସୁମନ କର ସୂଚନା ଦେଇଛନ୍ତି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ସେ ଥରେ ସାଂସଦ ଓ ୩ ଥର ବିଧାୟକ ହୋଇଥିଲେ ।