ଟିକା ଉପରୁ ସମସ୍ତ ଟିକସ ଉଠାଇବା ପାଇଁ କେନ୍ଦ୍ରକୁ ଦାବି କରିଛି ରାଜ୍ୟ
ଟିକା ଉପରୁ ସମସ୍ତ ଟିକସ ଉଠାଇବା ପାଇଁ କେନ୍ଦ୍ରକୁ ଦାବି କରିଛି ରାଜ୍ୟ
ଭୁବନେଶ୍ୱର,୧୦ ।୫: ରାଜ୍ୟରେ କରୋନା ମହାମାରୀ ବଢିଚାଲିଥିବା ବେଳେ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି । ଏହାରି ମଧ୍ୟରେ ରାଜ୍ୟରେ ଟିକା ସଂଗ୍ରହ ପାଇଁ ଗ୍ଲୋବାଲ ଟେଣ୍ଡର ଡକାଯିବ । ଗ୍ଲୋବାଲ ଟେଣ୍ଡର ଜାରି କରିବା ପାଇଁ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ରାଜ୍ୟବାସୀଙ୍କୁ ଟିକା ସୁବିଧାରେ ଉପଲବ୍ଧ କରାଇବା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି । ତେବେ ବିଭିନ୍ନ ଟିକା କମ୍ପାନୀରୁ ଟିକା ସଂଗ୍ରହ ପାଇଁ ଗ୍ଲୋବାଲ ଟେଣ୍ଡର ଡାକିବେ ରାଜ୍ୟ ସରକାର । ଏନେଇ ଏକ ବୈଷୟିକ କମିଟଠି ଗଠନ କରାଯିବ । ଏହା ସହ ଟିକା ଉପରୁ ସମସ୍ତ ଟିକସ ଉଠାଇବା ପାଇଁ କେନ୍ଦ୍ରକୁ ଦାବି କରିଛି ରାଜ୍ୟ ।