ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ କରୋନା ପଜିଟିଭ

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ରାଜ୍ୟପାଳ ଓ ତାଙ୍କ ପତ୍ନୀ ଉଭୟ କରୋନା ପଜିଟିଭ୍ ହୋଇଥିବା ସୂଚନା ମିଳିଛି । ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ନମୂନା ପରୀକ୍ଷା କରାଇନେବାକୁ ରାଜ୍ୟପାଳ ପରାମର୍ଶ ଦେଇଛନ୍ତି । ତେବେ ରାଜ୍ୟପାଳଙ୍କ ସହ ରାଜଭବନର ୬ ଜଣ କର୍ମଚାରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ତାଙ୍କର ଚିକିତ୍ସା ଚାଲିଛି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି ।