ମେ’ରେ ଆହୁରି ଜଳିବ ରାଜ୍ୟ

ହୁରି ବଢ଼ିବ ଗ୍ରୀଷ୍ମ ପ୍ରବାହ, ଜଳିବ ମେ ମାସ । ସ୍ୱାଭାବିକଠାରୁ ଅଧିକ ତାପମାତ୍ରା ରହିବ ଏହି ମାସରେ । ତେବେ ମେ’ ମାସରେ କେମିତି ରହିବ ଗ୍ରୀଷ୍ମର ପ୍ରକୋପ ଚଳିତ ମାସ ଶେଷ ସୁଦ୍ଧା ବିବରଣୀ ଜାରି କରାଯିବ ବୋଲି କହିଛି ଭାରତୀୟ ପାଣିପାଗ ବିଭାଗ ।
ଏସବୁ ଭିତରେ ଗତକାଲି ଏ ବର୍ଷ ପ୍ରଥମ ଥର ପାଇଁ ୪୪ ଡିଗ୍ରୀ ପାର୍ କରିଛି ରାଜ୍ୟର ତାତି । ବୌଦ୍ଧର ତାପମାତ୍ରା ସର୍ବାଧିକ ୪୪.୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା । ସେପଟେ କାଳବୈଶାଖୀ ହେବାର ଥିବାରୁ ୨୧ ଓ ୨୨ ତାରିଖରେ ତାତି ଟିକେ କମିବ । ୨୪ ତାରିଖ ଯାଏଁ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ । କିନ୍ତୁ ୨୫ ତାରିଖ ପରେ ପୁଣି ତାପମାତ୍ରା ବଢ଼ିବାର ସମ୍ଭାବନା ଅଛି । ଅନ୍ୟପଟେ ରାଜ୍ୟରେ ଅଂଶୁଘାତରେ ଏଯାବତ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।