ଆସୁଛି ବଡ଼ ବର୍ଷା

ପୁଣି ଏକ ଘୁର୍ଣ୍ଣିବଳୟର ଆଶଂକା କରିଛି ପାଣିପାଗ ବିଭାଗ। ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ। ଆଗକୁ ଏହା ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩୧ରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ କେନ୍ଦ୍ର।ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଥିବା ବେଳେ ୨୪ ଘଣ୍ଟାରେ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।