ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୬ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାସହ ଆଜି ୯ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ , କଟକ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅନୁଗୁଳ, ଦାବଗଡ଼, ସୁନ୍ଦରଗଡ଼, ପୁରୀ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।