ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ବିଶ୍ୱ ସରମା

ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ବିଶ୍ୱ ସରମା

ବିଜେପି ନେତା ହିମନ୍ତ ବିଶ୍ୱ ସରମା ଆଜି ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ସରମା ରବିବାର ଦିନ ରାଜଭବନରେ ରାଜ୍ୟପାଳ ଜଗଦୀଶ ମୁଖୀଙ୍କୁ ସାକ୍ଷାତ କରି ସରକାର ଗଠନ ପାଇଁ ଦାବି ଜଣାଇଥିଲେ। ରାଜ୍ୟପାଳ ତାଙ୍କ ଦାବିକୁ ସ୍ୱୀକାର କରି ସରମାଙ୍କୁ ସରକାର ଗଠନ ପାଇଁ ନିମନ୍ତ୍ରଣ କରିଥିଲେ।ଶ୍ରୀମନ୍ତ ଶଙ୍କରଦେବ କଳାକ୍ଷେତ୍ରରେ ସୋମବାର ଦିନ ୧୨ ଟା ବେଳେ ରାଜ୍ୟପାଳ ସରମାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।