ଏପ୍ରିଲ ୨୫ରୁ ଖରା ଛୁଟି

ସାମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗ ସୂଚନା ଆଧାରରେ ଗ୍ରୀଷ୍ମ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଆସନ୍ତା ଏପ୍ରିଲ ୨୫ ତାରିଖରୁ ରାଜ୍ୟରେ ହେବ ଶ୍ରୀଷ୍ମ ଛୁଟି । ତେବେ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ପୂର୍ବଭଳି ସକାଳୁଆ ସ୍କୁଲ ଚାଲିବ । ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ଚାଲିବ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ସକାଳୁଆ ସ୍କୁଲ ଘୋଷଣା କରିଥିଲେ । ତେବେ ଗ୍ରୀଷ୍ମ ପ୍ରବାହ ଅଧିକ ହେବାରୁ ୩ ଦିନ ସ୍କୁଲ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର ।