ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୮। ୫: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧା, ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ସେହିପରି ଗଜପତି, କୋରାପୁଟ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଜି ରାଜ୍ୟରେ ୧୦,୩୨୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୭୭୯ ଓ ସ୍ଥାନୀୟ ଅଞ୍ଚଳରୁ ୪୫୪୨ ଜଣ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫୬୬ ଜଣ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୮୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।