ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୬୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୬୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୬୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ସେମାନଙ୍କ ମଧ୍ୟରେ ୬୭୬ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ସେହିପରି ୯୪୧ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଛି । ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭୦୯୯ରେ ପହଞ୍ଚିଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।