BSKY ନବୀନ କାର୍ଡର ଶୁଭାରମ୍ଭ

ରାଜ୍ୟରେ ଅର୍ଥ ଅଭାବରୁ କେହି ବି ଉତ୍ତମ ଚିକିତ୍ସାରୁ ବଞ୍ଚିତ ହେବେନାହିଁ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା। ସ୍ବାସ୍ଥ୍ଯ ସଞ୍ଜୀବନୀ ଦେବାକୁ ଆଜି ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିବେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାରେ ଦିନ ୧୧ଟାରେ ବିଏସକେୱାଇର ତୃତୀୟ ପର୍ଯ୍ୟାୟ ଆରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରୁ ବଞ୍ଚିତ ହୋଇଥିବା ଗାଁ ଗହଳିର ଲୋକଙ୍କୁ ଏହି ପର୍ଯ୍ୟାୟରେ ଜଟିଳ ରୋଗ ପାଇଁ ଘରୋଇ ହସ୍ପିଟାଲଗୁଡ଼ିକରେ କ୍ୟାସଲେସ୍ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ।