ବର୍ଷା ଓ ବଜ୍ରପାତ ନେଇ ପାଣିପାଗ ବିଭାଗର ପୂର୍ବାନୁମାନ, ଆଗାମୀ ୫ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବର୍ଷା ଓ ବଜ୍ରପାତ ନେଇ ପାଣିପାଗ ବିଭାଗର ପୂର୍ବାନୁମାନ, ଆଗାମୀ ୫ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

ରାଜ୍ୟର ୧୬ ଜିଲ୍ଲାକୁ ଏହି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ହୋଇପାରେ। ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି,କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଖୋର୍ଦ୍ଧା ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।