ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ କରୋନା

ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ କରୋନା

କାୟା ବିସ୍ତାର କରିଚାଲିଛି କରୋନା। ତେବେ ନେତାଙ୍କ ପିଛା ଛାଡ଼ୁନାହିଁ ଏହି ରୋଗ   । ପ୍ରତ୍ୟେକ ଦିନ ୩ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ବିଧାୟକ, ସାଂସଦଙ୍କ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏଥି ମଧ୍ୟରେ ଆଜି ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ବିଧାୟକଙ୍କ ଡ୍ରାଇଭର ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ରିପୋର୍ଟ ପଜିଟିଭ୍ ଆସିବା ପରେ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ପରୀକ୍ଷା ପାଇଁ ବିଧାୟକ ପରାମର୍ଶ ଦେଇଛନ୍ତି ।