ଆଜି ଆସୁଛନ୍ତି ମୋଦି

ଜି ଓଡ଼ିଶାଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ରାଜଧାନୀରେ ମେଗା ରୋଡ୍ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି। ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ଯାଏଁ ହେବ ବିଶାଳ ରାଲି। ସାମିଲ ହେବେ ୨ ଲକ୍ଷରୁ ଅଧିକ କାର୍ଯ୍ୟକର୍ତ୍ତା। ପ୍ରଧାନମନ୍ତ୍ରୀ ଆଜି ରାତି ୮ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିଜେପି ପାର୍ଟି ଅଫିସ ଠାରୁ ବାଣୀବିହାର ଯାଏଁ ରୋଡ ଶୋ କରି ପ୍ରଚାର କରିବେ। ଏଥିପାଇଁ ଦଳ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ସୁରକ୍ଷା ଦୃଷ୍ଟିରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପୋଲିସ ଯାଞ୍ଚ ପରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ SPG କମାଣ୍ଡୋ।