୪ ଦିନରେ ମୌସୁମୀ ଛୁଇଁବ ଓଡ଼ିଶା

ସନ୍ତା ୩ରୁ ୪ଦିନ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ । ପ୍ରଥମେ ଦକ୍ଷିଣ ଓଡ଼ିଶାକୁ ପ୍ରବେଶ କରିବ । ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି ।ସାଧାରଣତଃ ଜୁନ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ । ଚଳିତଥର ନିର୍ଦ୍ଧାରିତ ସମୟ ପୂର୍ବରୁ ଆଣ୍ଡାମାନ ଓ କେରଳ ଛୁଇଁଥିଲା ମନସୁନ୍ ।