ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଓ ତାଙ୍କ ପତ୍ନୀ କରୋନା ପଜିଟିଭ୍

ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଓ ତାଙ୍କ ପତ୍ନୀ କରୋନା ପଜିଟିଭ୍

ଆଜି ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀଙ୍କୁ କରେନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ସୂଚନା ଦେଇଛନ୍ତି । ଏହାସହ ତାଙ୍କ ପତ୍ନୀଙ୍କୁ ମଧ୍ୟ କରୋନା ହୋଇଛି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ପାଇଁ ଓ କୋଭିଡ଼ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି ।