ନାମାଙ୍କନ ଭରିବେ ନବୀନ

ଜି ନାମାଙ୍କନ ଭରିବେ ନବୀନ । ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଛତ୍ରପୁର ଉପ ଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ କରିବେ । ମେ ୨୦ରେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବାକୁ ଥିବାବେଳେ ଷଷ୍ଠଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢ଼ୁଛନ୍ତି । ଜିଲ୍ଲା ସଦର ମହକୁମା ଛତ୍ରପୁର ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିବେ । ସକାଳ ୧୧ଟାରେ ଛତ୍ରପୁର ନିକଟସ୍ଥ ନରସିଂହପୁର ଛକସ୍ଥିତ ହେଲିପ୍ୟାଡ୍ ରେ ମୁଖ୍ୟମନ୍ତ୍ରୀ ଓହ୍ଲାଇବେ । ସେଠାରୁ କାର୍ ରେ ମା’ତାରାତାରିଣୀଙ୍କ ପୀଠକୁ ଯିବେ । ପୂଜାର୍ଚ୍ଚନା ପରେ ମଧ୍ୟାହ୍ନ ୧୨ଟା ୩୫ ମିନିଟ୍ ରେ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିବେ । ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।