ନବୀନଙ୍କ ସିଧା କଥା, ମୋ ଉତ୍ତରାଧିକାରୀଙ୍କୁ ଓଡ଼ିଶାବାସୀ ବାଛିବେ

ଜାତୀୟ ଖବର ସରବରାହ ସଂସ୍ଥା ଏଏନଆଇକୁ ସାକ୍ଷାତକାର ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଓ ଉତ୍ତରାଧିକାରୀ ପ୍ରସଙ୍ଗ ଉପରେ ଉତ୍ତର ଦେଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପୂର୍ଣ୍ଣ ଠିକ୍ ରହିଛି ଓ ତାଙ୍କ ଉତ୍ତରାଧିକାରୀଙ୍କୁ ଓଡ଼ିଶାବାସୀ ବାଛିବେ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀ ଭାବେ ସବୁ କ୍ଷମତା ମୋ ପାଖରେ ଅଛି ବୋଲି କହିଛନ୍ତି ନବୀନ। ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ କିଏ? ଏହି ପ୍ରଶ୍ନର ଉତ୍ତର ମଧ୍ୟ ମୁଖ୍ୟମନ୍ତ୍ରୀ ଆଜି ସ୍ପଷ୍ଟ କରିଦେଇଛନ୍ତି । ଉତ୍ତରାଧିକାରୀ କିଏ ହେବ ବୋଲି ପ୍ରଶ୍ନର ଉତ୍ତର ଦେଇ ନବୀନ କହିଥିଲେ ଯେ, ମୋ ଉତ୍ତରାଧିକାରୀଙ୍କୁ ଓଡ଼ିଶାବାସୀ ବାଛିବେ। କାର୍ତ୍ତିକ ପାଣ୍ଡିଆନ ତାଙ୍କ ଉତ୍ତରାଧିକାରୀ ବୋଲି ହେଉଥିବା ଚର୍ଚ୍ଚା ସମ୍ପର୍କିତ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ ଭାବେ କହିଛନ୍ତି ଯେ, ପାଣ୍ଡିଆନ ମୋ ଉତ୍ତରାଧିକାରୀ ନୁହନ୍ତି । ଉତ୍ତରାଧିକାରୀଙ୍କୁ ଓଡ଼ିଶାବାସୀ ବାଛିବେ ।