ରାଜ୍ୟରେ କରୋନା ନେଲା ୧୫ ଜୀବନ, ୧୦୭୨ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା

ରାଜ୍ୟରେ କରୋନା ନେଲା ୧୫ ଜୀବନ, ୧୦୭୨ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି କଟକରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବୌଦ୍ଧ, ଭୁବନେଶ୍ୱର, କଳାହାଣ୍ଡି, ରାୟଗଡ, ଗଞ୍ଜାମ, କେନ୍ଦ୍ରାପଡା, କନ୍ଧମାଳ, ମୟୂରଭଞ୍ଜ, ପୁରୀ, ସୁନ୍ଦରଗଡ, ଯାଜପୁର ଓ ବାଲେଶ୍ୱରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।