ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ କୋରୋନା

ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ କୋରୋନା

ଭୁବନେଶ୍ୱର: ବିଜେପିର ରାଜ୍ୟ ସଭାପତି ସମୀର ମହାନ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେ ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି ଯେ କରୋନା ଲକ୍ଷଣ ଦେଖାଦେବାରୁ ପରୀକ୍ଷା କରାଇଥିଲି । ରିପୋର୍ଟ ପଜିଟିଭ ଆସିଛି । ଏବେ ମୁଁ ସୁସ୍ଥ ଅଛି । ଡାକ୍ତରଙ୍କ ପରାମର୍ଶ କ୍ରମେ ଡାକ୍ତରଖାନାରେ ଚିକିତ୍ସାଧିନ ଅଛି । କିଛି ଦିନ ମଧ୍ୟରେ ଯେଇଁଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ସଙ୍ଗରୋଧରେ ରହିବାକୁ ଏବଂ କରୋନା ପରୀକ୍ଷା କରାଇନେବାକୁ ସେ ଅନୁରୋଧ କରିଛନ୍ତି ।