ଆଜି ଓଡ଼ିଶା ବଜେଟ୍

ଜି ବିଧାନସଭାରେ ଉପସ୍ଥାପିତ ହେବ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ। ଗତ ଫେବୃଆରୀ ମାସରେ ପୂର୍ବ ସରକାର ଆଣିଥିଲେ କାମଚଳା ବଜେଟ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସେ ସମୟରେ ମୋଟ ୨ ଲକ୍ଷ ୫୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରାଯାଇ ଆର୍ଥିକ ବର୍ଷର ପ୍ରଥମ ତିନି ମାସ ପାଇଁ ୧ ଲକ୍ଷ ୧୮ ହଜାର କୋଟି ଟଙ୍କା ପାଇଁ ବ୍ୟୟ ମଞ୍ଜୁରୀ ଅଣାଯାଇଥିଲା। ଏବେ ମୋହନ ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଣିବେ। ଏହା ମୋହନ ସରକାରର ପ୍ରଥମ ବଜେଟ। ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ କରିବେ।