ଆଜି ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୫୫୬

ଆଜି ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୫୫୬

ଆଜି କରୋନାରେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର, ଭୁବନେଶ୍ୱର, କଟକ, କଳାହାଣ୍ଡି, କେରାପୁଟ, ନୟାଗଡ ଓ ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।