ପୂର୍ବତନ ଓଡ଼ିଶା କ୍ରିକେଟ୍ ଟିମ୍ କ୍ୟାପଟେନ୍ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ ହୋଇଛି

ପୂର୍ବତନ ଓଡ଼ିଶା କ୍ରିକେଟ୍ ଟିମ୍ କ୍ୟାପଟେନ୍ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ ହୋଇଛି

ଭୁବନେଶ୍ବର: ପୂର୍ବତନ ରଣଜୀ ଖେଳାଳୀ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ ହୋଇଛି। କୋଭିଡରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ ପ୍ରଶାନ୍ତ। ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରଶାନ୍ତଙ୍କ ପରଲୋକ ହୋଇଛି। ଏନେଇ ଏମସ୍‌ ସୁପରିଣ୍ଟେଣ୍ଡେଣ୍ଟ ସଚ୍ଚିଦାନନ୍ଦ ମହାନ୍ତିଙ୍କ ସୂଚନା। ୪୭ବର୍ଷୀୟ ପ୍ରଶାନ୍ତ ଜଣେ ପୂର୍ବତନ ରଣଜୀ ଖେଳାଳୀ ତଥା ବିସିସିଆଇର ମ୍ୟାଚ୍‌ ରେଫରୀ ଥିଲେ । ଓଡ଼ିଶା ପାଇଁ ଅନେକ ରଣଜୀ ମ୍ୟାଚ ଖେଳି ସୁନାମ ଅର୍ଜନ କରିଥିଲେ। କିଛି ଦିନ ତଳେ ସେ କରୋନା ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଭୁବନେଶ୍ୱର ସ୍ଥିତ ଏମ୍ସରେ ତାଙ୍କ ଚିକିତ୍ସା ଜାରି ରହିଥିଲା । କିନ୍ତୁ ଆଜି ତାଙ୍କର ପରଲୋକ ହୋଇଯାଇଛି ।