ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି

ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୧ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ । କନ୍ଧମାଳ, ଖୋର୍ଦ୍ଧା, କେନ୍ଦୁଝର, ବଲାଙ୍ଗୀର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।