ଆଜି ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଆଜି ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଆଜି ରାଜ୍ୟରେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ପୁରୀ ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧାରୁ ୨, କଳାହାଣ୍ଡି, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।