ରାଜ୍ୟରେ ଆଉ ୧୩ କରୋନା ଆକ୍ରାନ୍ତ ମୃତ, ଆଜି ସୁଦ୍ଧା ମୋଟ ମୃତ୍ୟୁସଂଖ୍ୟା ୬୬୯

ରାଜ୍ୟରେ ଆଉ ୧୩ କରୋନା ଆକ୍ରାନ୍ତ ମୃତ, ଆଜି ସୁଦ୍ଧା ମୋଟ ମୃତ୍ୟୁସଂଖ୍ୟା ୬୬୯

ଆଜି ରାଜ୍ୟରେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ୧୩ ମୃତକଙ୍କ ମଧ୍ୟରୁ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଏଁ ଆକ୍ରାନ୍ତ ଥିବା ବେଳେ ଗଜପତି ଜିଲ୍ଲାରୁ ୨ ଜଣ, ବାଲେଶ୍ବର, କଟକ ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।