ରାଜ୍ୟରେ ୨୪ ଘଣ୍ଟାରେ ୧୫୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୧୫୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୫୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୯୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୫୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୮୬୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।