ରାଜ୍ୟରେ ଆଉ ୨୨୭୫ କୋରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୨୨୭୫ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୨୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୧୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୫୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫୬୯୩୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।