ରାଜ୍ୟରେ ଚିହ୍ନଟ ହେଲେ ୨୬୭୩ ନୂଆ କରୋନା ଆକ୍ରାନ୍ତ

ରାଜ୍ୟରେ ଚିହ୍ନଟ ହେଲେ ୨୬୭୩ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୬୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୧୧୯ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ସେହିପରି ସଙ୍ଗରୋଧ କେନ୍ଦ୍ରରୁ ୧୫୫୪ ଜଣଙ୍କୁ ଚିହ୍ନଟ କରାଯାଇଛି  । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୮୦୦୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।