ଆଜି ରାଜ୍ୟର ୩୬୪୫ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟର ୩୬୪୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟର ୩୬୪୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୫୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୯୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।। ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।