ଆଜି ରାଜ୍ୟରେ ୪୧୮୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୩୦ ଜିଲ୍ଲାରୁ ୪୧୮୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୫୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୮,୩୧୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।