ଆଜି ରାଜ୍ୟରୁ ୪୨୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଆଜି ରାଜ୍ୟରୁ ୪୨୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର:ଆଜି ରାଜ୍ୟରୁ ପୁଣି ୩୦ ଜିଲ୍ଲାରୁ ୪୨୪୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ସେମାନଙ୍କ ମଧ୍ୟରେ ୧୭୩୯ ଜଣ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ଏହା ସହିତ ସଙ୍ଗରୋଧରୁ ୨୫୦୨ ଜଣ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଛି  । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୭,୧୬୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।