ରାଜ୍ୟରୁ ଗୋଟିଏ ଦିନରେ ୩୦୫୩ ନୁଆ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରୁ ଗୋଟିଏ ଦିନରେ ୩୦୫୩ ନୁଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ପୁଣି ୩୦୫୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧ହଜାର ୮୦୪ ଓ ସ୍ଥାନୀୟ ଅଞ୍ଚଳରୁ ୧ହଜାର୨୪୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୨୯,୩୮୭ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।