ମହାପ୍ରଭୁଙ୍କର ବନକଲାଗି ନୀତି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ବୈଶାଖ କୃଷ୍ଣ ଅମାବାସ୍ୟା ତିଥିରେ ମହାପ୍ରଭୁଙ୍କ ଗୁପ୍ତନୀତି ହେବ । ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ପ୍ରାୟ ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ।