ଓଡିଶାରେ ବିଳମ୍ବ ହେବ ପଞ୍ଚାୟତ ନିର୍ବାଚନ

ଓଡିଶାରେ ବିଳମ୍ବ ହେବ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଆହୁରି ବିଳମ୍ବ ହୋଇପାରେ ବିଳମ୍ବ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର କୁମାର ସାହୁ ସୂଚନା ଦେଇଛନ୍ତି ରାଜ୍ୟ ସରକାର ତାଙ୍କ କାମ ସାରିନଥିବାରୁ ପଞ୍ଚାୟତ ନିର୍ବାଚନ ବିଳମ୍ବ ହୋଇପାରେ ବୋଲି ସେ କହିଛନ୍ତି ଏହା ସହ ରବୀନ୍ଦ୍ର କହିଛନ୍ତି ଯେ, ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ୧୦ରେ ସରିବ ନିର୍ବାଚନ ପୂର୍ବରୁ ସୀମା ପୁନଃ ନିର୍ଦ୍ଧାରଣ ସଂରକ୍ଷଣ କାମ ସରିବା କଥା ଦୁଇଟି କାମ ସାରିବାକୁ ରାଜ୍ୟ ସରକାରଙ୍କୁ ଆମେ ଚିଠି କରିଛୁ ଦୁଇଟି କାର୍ଯ୍ୟ ସରିଲେ କମିଶନ ନିର୍ବାଚନ ପାଇଁ ପଦକ୍ଷେପ ନେବେ ବର୍ତ୍ତମାନ ସୁଦ୍ଧା ସୀମା ପୁନଃ ନିର୍ଦ୍ଧାରଣ ସଂରକ୍ଷଣ କାର୍ଯ୍ୟ କରାଯାଇନାହିଁ ସେ ଦୃଷ୍ଟିରୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଳମ୍ବ ହେବାର ସମ୍ଭାବନା ଅଛି ବୋଲି ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର କୁମାର ସାହୁ କହିଛନ୍ତି