ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୦ତମ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୦ତମ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଜି ୭୦ତମ ଜନ୍ମ ଦିବସ । ଏହି ଅବସରରେ ଦେଶ ବିଦେଶରୁ ଶୁଭେଚ୍ଛାର ସୁଅ ଛୁଟୁଛି ତାଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ । ତାଙ୍କ ପରମ ବୈଭବଶାଳୀ ଭାରତ ନିର୍ମାଣ ଅଭିଯାନ ସଫଳ ହେଉ ତଥା ତାଙ୍କ ଆଗାମୀ ସମୟ ସ୍ୱଚ୍ଛ ଓ ସମୃଦ୍ଧ ହେଉ ବୋଲି କାମନା କରାଯାଇଛି । ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟୁଇଟରରେ ଶୁଭେଚ୍ଛା ଜଣାଇଛନ୍ତି ।