ଆଜି କେନ୍ଦୁଝର ଯିବେ ରାଷ୍ଟ୍ରପତି

ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ମହାମହିମଙ୍କର କେନ୍ଦୁଝର ଜିଲ୍ଲାରେ କାର୍ଯ୍ୟକ୍ରମ ରହିଛି । ଆଜି କେନ୍ଦୁଝର ଯାଇ ଗୋନାସିକା କଦଳୀବାଡ଼ି ଗାଁର ଆଦିମ ଅଧିବାସୀ ସଦସ୍ୟଙ୍କୁ ଭେଟିବେ । ପରେ ଧରଣୀଧର ୟୁନିଭର୍ସିଟିର ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ । ଏଥିପାଇଁ ଧରଣୀଧର ୟୁନିଭର୍ସିଟିରେ ବ୍ୟାପକ ପ୍ରସ୍ତୁତି କରାଯାଇଛି ।ସେଇଠୁ ଫେରି ଉତ୍କଳ ବିଶ୍ୱବିଦ୍ୟାଳୟର 53ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।