ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ବାତ୍ୟା ‘ୟାସ’ ପାଇଁ ସମୀକ୍ଷା ବୈଠକ: ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ବାତ୍ୟା ‘ୟାସ’ ପାଇଁ ସମୀକ୍ଷା ବୈଠକ: ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବରରେ ବାତ୍ୟା କ୍ଷତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ କେନ୍ଦ୍ରମନ୍ତ୍ରୀ ସାମିଲ ହୋଇଥିଲେ । ପାଖାପାଖି ଘଣ୍ଟାଏ ଧରି ଚାଲିଲା ସମୀକ୍ଷା ବୈଠକ । ଏରିଏଲ ସର୍ଭେରେ ଯିବେ ପ୍ରଧାନମନ୍ତ୍ରୀ । ବାଲେଶ୍ବର ଓ ଭଦ୍ରକ ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ । ବାତ୍ୟା ୟାସ’ କ୍ଷୟକ୍ଷତିର ଆକଳନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦୁଇ ଓଡ଼ିଆ କେନ୍ଦ୍ରମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ପଦାଧିକାରୀ ମାନେ ଯୋଗଦେଇଥିଲେ । ବାତ୍ୟାରେ ସର୍ବାଧିକ ପ୍ରଭାବିତ ହୋଇଥିବା ବାଲେଶ୍ୱର ଭଦ୍ରକର ସ୍ଥିତି ଆକାଶ ମାର୍ଗରୁ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ବାତ୍ୟାଂଚଳ ଦେଖିବା ସହ ସ୍ଥିତିର ସମୀକ୍ଷା କରିବେ ନରେନ୍ଦ୍ର ମୋଦୀ । ଏହା ପରେ ପଶ୍ଚିମବଂଗ ଯାଇ ସେଠାରେ ମଧ୍ୟ ବାତ୍ୟା ସ୍ଥିତି ଅନୁଧ୍ୟାନ କରିବେ ପ୍ରଧାନମନ୍ତ୍ରୀ ।