କାଲିଠୁ ବଢିବ ବର୍ଷା

ସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରଭାବରେ କାଲିଠୁ ବର୍ଷାର ପରିମାଣ ବୃଦ୍ଧି ପାଇବ । କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି । କାଲି ପାଇଁ ୯ ଜିଲ୍ଲା ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଝାରସୁଗୁଡା ଓ ସୁନ୍ଦରଗଡକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ହେବ । ସେହିପରି ୨୭ ତାରିଖରେ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଉପକୂଳ, ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।