ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ କରୋନା

ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ କରୋନା

ନୂଆଦିଲ୍ଲୀ, ୨୫ ।୧୦: ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ଟ୍ୱିଟରେ ଲେଖିଛନ୍ତି ଯେ ସେ ସୁସ୍ଥ ଅନୁଭବ କରୁଛନ୍ତି କିନ୍ତୁ ସମ୍ପୂର୍ଣ୍ଣ ସୁସ୍ଥ ହେବ ଯାଏଁ ସଙ୍ଗରୋଧରେ ରହିବେ ଓ କାର୍ଯ୍ୟ କରିବେ। ଗତ କିଛି ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ କୋଭିଡ ପରୀକ୍ଷା କରାଇବା ପାଇଁ ସେ ପରାମର୍ଶ ଦେଇଛନ୍ତି।