କେନିଆରେ ବିଦ୍ରୋହ ୩୯ ମୃତ

କେନିଆରେ ନୂଆ ଆୟକରକୁ ବିରୋଧ କରି ବିଦ୍ରୋହ ଘଟଣା । ସରକାରୀ ବିରୋଧୀ ଆନ୍ଦୋଳନରେ ୩୯ ଜଣଙ୍କର ମୃତ୍ଯୁ ହୋଇଛି । ୩୬୦ରୁ ଅଧିକ ଜଣ ଗୁରୁତର ହୋଇଛନ୍ତି । ୩୨ଟି ମାମଲାରେ ୬୨୭ ଆନ୍ଦୋଳନକାରୀଙ୍କୁ ଗିରଫ କରାଯାଇଛି । ଏନେଇ କେନିଆ ନ୍ଯାସନାଲ କମିଶନ ଅନ ହ୍ଯୁମାନ ରାଇଟ୍ସଙ୍କ ତରଫରୁ ସୂଚନା ଦିଆଯାଇଛି । ଦେଶରେ ବ୍ଯାପକ ସଙ୍କଟ ଜାରି ରହିଥିବାବେଳେ କେନିଆ ସରକାର ଏକ ବିବାଦୀୟ ଫାଇନାନ୍ସ ବିଲକୁ ଅନୁମୋଦନ କରିଥିଲେ । ଏହା କାର୍ଯ୍ୟକାରୀ ହେଲେ ଦେଶରେ ଟିକସ ବୃଦ୍ଧି ପାଇବ । ଯାହାକୁ ସାରା ଦେଶରେ ବିରୋଧ କରାଯାଉଛି ।