ରାଜ୍ୟରେ ଆଉ ୧୬ ଜୀବନ ନେଲା କରୋନା

ରାଜ୍ୟରେ ଆଉ ୧୬ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ ଓ ବାଲେଶ୍ୱରରୁ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଢେଙ୍କାନାଳରୁ ୨, ଗଜପତି, କଳାହାଣ୍ଡି, କେନ୍ଦ୍ରାପଡା, କୋରାପୁଟ, ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।