ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ

ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୩୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ରୁ ୩ , ଅନୁଗୁଳ, କଟକ, ଦେବଗଡ଼,କେନ୍ଦ୍ରାପଡ଼ା, ନୂଆପଡ଼ା, କେନ୍ଦୁଝର,ଖୋର୍ଦ୍ଧା ଓ ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।