ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା ମହାମାରୀ କୋରୋନା, ମୃତ୍ୟୁ ସଂଖ୍ୟା ୧୨୬୪କୁ ବୃଦ୍ଧି

ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା ମହାମାରୀ କୋରୋନା, ମୃତ୍ୟୁ ସଂଖ୍ୟା ୧୨୬୪କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୬୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ୧୨ ମୃତକଙ୍କ ମଧ୍ୟରୁ ମାଲକାନଗିରି, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଯାଜପୁର, ଝାରସୁଗୁଡା, କେନ୍ଦୁଝର ଏବଂ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।