ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କୋରୋନା

ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କୋରୋନା

ଭୁବନେଶ୍ୱର: ରାଜ୍ୟରେ ଆଜି  ଆଉ ୧୨ ଜଣକ ରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱର ଓ ଢେଙ୍କାନାଳରୁ ୨ ଜଣ ଲେଖାଏଁ , ଅନୁଗୁଳ, କନ୍ଧମାଳ, ସମ୍ବଲପୁର, କୋରାପୁଟ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।