୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୨ ଜଣ କରୋନା ସଂକ୍ରମିତ ମୃତ୍ୟୁ ହୋଇଛି, ୧୭୩୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୨ ଜଣ କରୋନା ସଂକ୍ରମିତ ମୃତ୍ୟୁ ହୋଇଛି , ୧୭୩୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱରରୁ ୩ ଜଣ, ଅନୁଗୁଳରୁ ୨, ବାଲେଶ୍ୱର, ଢେଙ୍କାନାଳ ଓ ଯାଜପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।